Latest Odisha News

BREAKING NEWS

ରାଜ୍ୟରେ ୨୪ଘଣ୍ଟାରୁ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ, ବଲାଙ୍ଗିରରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୨୪୫ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୪୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୦୪ଟି ।

୭ଟି ଜିଲ୍ଲାରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଶୂନ ରହିଛି । ୨୩ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ଆକ୍ରାନ୍ତ । ବଲାଙ୍ଗିର ଜିଲ୍ଲାରୁ ୪୦, ସୁନ୍ଦରଗଡ଼ରୁ ୨୯, ଖୋର୍ଦ୍ଧାରୁ ୨୫ ଅନୁଗୋଳ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୦ ଆକ୍ରାନ୍ତ । ବାକି ସବୁ ଜିଲ୍ଲାରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଭିତରେ ରହିଛି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ଲକ୍ଷ ୩୧ହଜାର ୩୯୬କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ସୁସ୍ଥ ହୋଇଛନ୍ତି ୩ଲକ୍ଷ ୨୭ହଜାର ୨୯୦ ସଂକ୍ରମିତ । ଏବେ ରାଜ୍ୟରେ ୨ହଜାର ୧୬୩ଟି କରୋନା ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.