Latest Odisha News

BREAKING NEWS

ରେକର୍ଡ ଭାଙ୍ଗିଲା କରୋନା; ଗୋଟିଏ ଦିନରେ ଓଡିଶାରେ ସର୍ବାଧିକ ୨୪୯୬ ଆକ୍ରାନ୍ତ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧିକ ୨୪୯୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୭ ହଜାର ୧୨୬ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୫୯୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୯୦୫ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।

ଗଞ୍ଜାମ ପରେ କରୋନାର ରେଡହଟ୍ ଜିଲ୍ଲା ହୋଇଛି ଖୋର୍ଦ୍ଧା । ଗତ ୨୪ ଘଣ୍ଟାରେ ସର୍ବାଧିକ ୩୭୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୩୨୭, ବାଲେଶ୍ୱରରୁ ବାହାରିଛନ୍ତି ୧୬୫ ଆକ୍ରାନ୍ତ ।

ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ବାହାରିଛନ୍ତି ୧୫୬ କରୋନା ସଂକ୍ରମିତ । ସେହିପରି ରାୟଗଡ଼ାରୁ ୧୪୬, କୋରାପୁଟରୁ ୧୩୩, କଟକରୁ ୧୨୮, ଭଦ୍ରକର ୧୦୬ ଆକ୍ରାନ୍ତଙ୍କ ସମେତ ୨୯ ଜିଲ୍ଲାରୁ ପଜିଟିଭ୍ କେସ୍ ବାହାରିଛି।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୭,୫୩୫ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୩୯,୨୦୫ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୩୩୩ ଜଣ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.