Latest Odisha News

ଆଜି ରାଜ୍ୟରୁ କରୋନା ନେଲା ଆଉ ୨୬ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୨୬ ଜଣଙ୍କର ଜୀବନ ନେଇଛି ପ୍ରାଣଘାତୀ କରୋନା । ୧୧ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ କରୋନା ନେଇଛି ଆଉ ୪ ଜୀବନ ।

ସେହିପରି ପୁରୀ ଓ ଗଞ୍ଜାମ ଜିଲ୍ଲାରୁ ତିନି ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ଅନୁଗୋଳ, ବାଲେଶ୍ୱର ଓ ସୁନ୍ଦରଗଡ଼, ଜିଲ୍ଲାରୁ ଦୁଇ ଜଣ ଲେଖାଏ ପ୍ରାଣ ହରାଇଛନ୍ତି ।

ନୂଆପଡ଼ା, କୋରାପୁଟ, ଗଜପତି, ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୪ଶହ ୫୬କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.