Latest Odisha News

ରାଜ୍ୟରୁ ୨୪ ଘଣ୍ଟାରେ ୨୬୩ କରୋନା ପଜିଟିଭ୍, ୪ ମୃତ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସଂକର୍ମିତ ହୋଇଛନ୍ତି ଆଉ ୨୬୩ ଜଣ । କ୍ୱାରେଣ୍ଟାଇନରୁ ୧୫୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧୨ଟି । ମୋଟ୍ ୨୨ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ଆକ୍ରାନ୍ତ ।

ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୪୫ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୧, କଟକରୁ ୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାକି ସମସ୍ତ ଜିଲ୍ଲାରୁ ନୂଆ ସଂକ୍ରମିତଙ୍କ ସଂଖ୍ୟା ୨୦ ଭିତରେ ରହିଛି । ୮ଟି ସୋନପୁର, ନୟାଗଡ଼, ବୌଦ୍ଧ, ଗଜପତି, କନ୍ଧମାଳ, ମାଲକାନଗିରି, କୋରାପୁଟ, ସୋନପୁର ଜିଲ୍ଲାରୁ ଚିହ୍ନଟ ହୋଇ ନାହାନ୍ତି ନୂଆ ଆକ୍ରାନ୍ତ ।

ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୨୭ହଜାର ୫୪୨କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରୁ ୩ଲକ୍ଷ ୨୨ହଜାର ୬୪୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆକ୍ଟିଭ୍ କେସ୍ ୨ହଜାର ୯୯୧କୁ ଖସିଛି ।

ସେହିପରି ଗତ ୨୪ ଘଣ୍ଟାରେ ମହାମାରୀ ରାଜ୍ୟରୁ ଆଉ ୪ ଆକ୍ରାନ୍ତଙ୍କ ଜୀବନ ନେଇଛି । ଖୋର୍ଦ୍ଧା ଜିଲ୍ଲାରୁ ଦୁଇ ଜଣ ପ୍ରାଣ ହରାଇଛନ୍ତି । କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧ହଜାର ୮୫୦କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.