Latest Odisha News

BREAKING NEWS

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନା କାୟା । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଆଜି ୩ ହଜାର ତଳକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୬୯୭ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୧୫୬୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧୨୯ । ୧୮ ବର୍ଷ ଭିତରେ ଆଉ ୪୩୫ ସଂକ୍ରମିତ ହୋଇଛନ୍ତି । ୫ଜିଲ୍ଲାରୁ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଶହେ ଭିତରେ ରହିଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧୩ ଆକ୍ରାନ୍ତ ବାହାରିଛନ୍ତି । ସୁନ୍ଦରଗଡ଼ରୁ ୨୯୧, କଟକରୁ ୧୩୮, ମୟୂରଭଞ୍ଜରୁ ୧୨୮, ଯାଜପୁରରୁ ଆଉ ୧୨୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅନ୍ୟ ୨୫ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଶହେ ଭିତରେ ରହିଛି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧୨ଲକ୍ଷ ୬୨ହଜାର ୧୦୨କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୧୨ଲକ୍ଷ ୨୨ହଜାର ୮୬୭ । ଏବେ ରାଜ୍ୟରେ ୩୦ହଜାର ୪୯୩ କୋଭିଡ୍ ଆକ୍ଟିଭ୍ କେସ୍ ରହିଛି ।

Comments are closed, but trackbacks and pingbacks are open.