Latest Odisha News

BREAKING NEWS

କମୁଛି କରୋନା କେସ୍: ରାଜ୍ୟରୁ ୨୪ ଘଣ୍ଟାରେ ୩୦୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ପଜିଟିଭ କେସ ବଢୁଛି । କିନ୍ତୁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଚାରି ଶହ ତଳେ ରହିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୦୩ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୭୨ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧୩୧ଟି ।

୨୬ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୩୧ ଜଣ ଲେଖାଏ ପଜିଟିଭ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୩୦, କେନମ୍ଦୁଝର ୨୩, ସମ୍ୱଲପୁର ନୂଆ ୨୨ ସଂକ୍ରମିତ ବାହାରିଛନ୍ତି । ବାକି ସବୁ ଜିଲ୍ଲାରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଭିତରେ ରହିଛି ।

ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୨୮ହଜାର ୫୦୪କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୩ଲକ୍ଷ ୨୩ହଜାର ୭୪୯ ଆକ୍ରାନ୍ତ । ଏବେ ରାଜ୍ୟରେ ୨ହଜାର ୮୪୧ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.