Latest Odisha News

BREAKING NEWS

ରାଜ୍ୟରୁ ୨୪ ଘଣ୍ଟାରେ ୩୧୫ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । କିନ୍ତୁ ଦୈନିକ କେସ୍ କମିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୧୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୧୮୧ ସଂକ୍ରମିତ । ଲୋକାଲ୍ କଣ୍ଟାକ୍ଟ କେସ୍ ୧୩୪ଟି ରହିଛି ।

୨୭ ଜିଲ୍ଲାରୁ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକ ଜିଲ୍ଲାରୁ ସର୍ବାଧିକ ୪୧ ଆକ୍ରାନ୍ତ ବାହାରିଥିବା ବେଳେ ବଲାଙ୍ଗିରରେ କରୋନା ସଂକ୍ରମିତ ହୋଇଛନ୍ତି ଆଉ ୪୦ ଜଣ । ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୨୬ ଜଣ ଲେଖାଏ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଖୋର୍ଦ୍ଧାରୁ ୨୪ ଓ ଅନୁଗୁଳ ଜିଲ୍ଲା ପଜିଟିଭ୍ ତାଲିକାରେ ଯୋଡ଼ିଛି ଆଉ ୨୦ ସଂକ୍ରମିତଙ୍କ ନାଁ ।

ପାଞ୍ଚଟି ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରୁ ୨୦ ଭିତରେ ରହିଛି । ୧୬ଜିଲ୍ଲାରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୧୦ରୁ କମ୍ । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ଲକ୍ଷ ୨୯ହଜାର ୬୨୧କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୩ଲକ୍ଷ ୨୫ହଜାର ୧୦୩ ଆକ୍ରାନ୍ତ । ଏବେ ରାଜ୍ୟରେ ୨ହଜାର ୫୯୨ଟି କରୋନା ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.