Latest Odisha News

ଆଜି ଓଡ଼ିଶାରୁ କରୋନା ନେଲା ୩୨ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ଗତକାଲି ଅପେକ୍ଷା ଆଜି ରାଜ୍ୟରେ ସାମାନ୍ୟ କମିଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୩୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୧୮ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କର ଜୀବନ ନେଇଛି କରୋନା ।

BjdElectrycity

ଅନୁଗୋଳ, ଝାରସୁଗୁଡ଼ା, କଳାହାଣ୍ଡି, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପୁରୀ, ଗଞ୍ଜାମ, ଗଜପତି, ଦେବଗଡ଼, ବୌଦ୍ଧ ଜିଲ୍ଲାରୁ ଆଉ ୨ ଜଣ ଲେଖାଏ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସମ୍ୱଲପୁର ଜିଲ୍ଲାରୁ ଜଣେ ଲେଖାଏ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯ଶହ ୧୨କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.