Latest Odisha News

BREAKING NEWS

ଆଜି ଓଡ଼ିଶାରୁ କରୋନା ନେଲା ୩୩ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୭

ଭୁବନେଶ୍ୱର: ଓଡ଼ିଶାରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୩୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୧୨ଟି ଜିଲ୍ଲାରୁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧାରେ ଦୈନିକ ମୃତ୍ୟୁସଂଖ୍ୟା ବଢୁଛି । ଦିନକରେ ଆଉ ୭ ଜଣ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ଅଛନ୍ତି ୩ ଜଣ ।

ଅନୁଗୋଳ, ଝାରସୁଗୁଡ଼ା, କଳାହାଣ୍ଡି ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ସେହିପରି ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏ ସଂକ୍ରମିତ କରୋନା ସହ ଲଢ଼ି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି ।

କେନ୍ଦୁଝର ଓ ଗଞ୍ଜାମ ଜିଲ୍ଲାରେ ଦୁଇ ଜଣ ଲେଖାଏ ଆକ୍ରାନ୍ତ କରୋନାରେ ଆଖି ବୁଜିଛନ୍ତି । ଏମାନଙ୍କ ବ୍ୟତୀତ ଦେବଗଡ଼, ଯାଜପୁର, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଜଣେ ଲେଖାଏ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୫ଶହ ୪୯କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.