Latest Odisha News

BREAKING NEWS

ଓଡ଼ିଶାର ୧୫ ଜିଲ୍ଲାରୁ କରୋନା ନେଲା ଆଉ ୩୩ ଜୀବନ, ଅନୁଗୋଳରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଏଣିକି ପ୍ରତିଦିନି ୩୦ରୁ ଅଧିକ ଆକ୍ରାନ୍ତ ପ୍ରାଣ ହରାଉଛନ୍ତି । ଗତ ୨୪ ଘଣ୍ଟାରେ ଆଉ ୩୩ ଜଣଙ୍କର ଜୀବନ ନେଇଛି ପ୍ରାଣଘାତୀ କରୋନା । ମୋଟ୍ ୧୫ ଜିଲ୍ଲାରୁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଅନୁଗୋଳ ଜିଲ୍ଲାରେ ସର୍ବାଧିକ ୫ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ।

ବୈଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି କରୋନା । ଖୋର୍ଦ୍ଧା, କେନ୍ଦୁଝର, କନ୍ଧମାଳ, ଗଜପତି, ଦେବଗଡ଼ ଓ କଟକ ଜିଲ୍ଲାରୁ ଆଉ ୨ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି ।

ଗଞ୍ଜାମ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରୁ ଆଉ ଜଣେ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୭ଶହ ୧୯କୁ ବୃଦ୍ଧି ପାଇଛି ।

Comments are closed.