Latest Odisha News

BREAKING NEWS

୨୪ ଘଣ୍ଟା ଭିତରେ ରାଜ୍ୟରେ ୩୪୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ କମିବାରେ ନାଁ ଧରୁନି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୪୦ ଜଣ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି। ଏହା ଭିତରେ ୧୮ ବର୍ଷରୁ କମ୍ ବୟସ୍କ ଥିବା ବେଳେ ୫୦ ଜଣ ଶିଶୁ ଓ କିଶୋର କରୋନା ପଜେଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୯ଜଣ ଆକ୍ରାନ୍ତ ଅଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏମାନଙ୍କ ମଧ୍ୟରୁ ୧୯୯ ଜଣ ସଙ୍ଗୋରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ,ସ୍ଥାନୀୟ ସଂକ୍ରମଣରୁ ୧୪୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୪୩ ଜଣ, ଦେବଗଡ଼ରୁ  ଜଣେ, ଢେଙ୍କାନାଳରୁ ଜଣେ , ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୧୦ ଜଣ, ଯାଜପୁରରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୧୫ ଜଣ, ଖୋର୍ଦ୍ଧାରୁ ୧୪୯ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୧୪ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୨ ଜଣ ଓ ଷ୍ଟେଟ ପୁଲରୁ ୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.