Latest Odisha News

BREAKING NEWS

ରାଜ୍ୟରୁ ୩୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହାର ୯୮%

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କରୋନା କାୟା କମୁଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଖସୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୩୭୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୨୧୫ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୬୨ଟି ।

୨୭ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ଆକ୍ରାନ୍ତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୬ ପଜିଟିଭ୍ ବାହାରିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୪୭, ଅନୁଗୁଳରୁ ୨୮ ଓ ମୟୂରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୫ ସଂକ୍ରମିତ । ବାକି ସମସ୍ତ ଜିଲ୍ଲାରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଭତିରେ ରହିଛି ।

ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ହଜାର ୩୯୪କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରୁ ସୁସ୍ଥ ହୋଇଛନ୍ତି ୩ଲକ୍ଷ ୧୪ହଜାର ୨୩ ସଂକ୍ରମିତ । ରାଜ୍ୟରେ ୪ହଜାର ୫୫୮ଟି ଆକ୍ଟିଭ୍ କେସ୍ ରହିଛି । ସୁସ୍ଥହାର ୯୮ ପ୍ରତିଶତରୁ ଅଧିକ ରହିଛି ।

Leave A Reply

Your email address will not be published.