Latest Odisha News

BREAKING NEWS

ରାଜ୍ୟରେ ଆଉ ୩ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟାରେ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କରୋନା ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଦୈନିକ ସଂକ୍ରମଣ ସଂଖ୍ୟା ୧୦,୦୫୯କୁ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଅନୁଗୁଳ, କେନ୍ଦ୍ରାପଡ଼ା ଓ ନୟାଗଡ଼ରୁ ଜଣେ ଲେଖାଏଁ କରୋନାଜନିତ ମୃତ୍ୟ ହୋଇଥିବା ସୂଚନା ମିଳିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଅନୁଗୁଳ ଜିଲ୍ଲାର ୫୫ବର୍ଷୀୟ, କେନ୍ଦ୍ରାପଡ଼ାରୁ ୬୦ବର୍ଷୀୟ, ନୟାଗଡ଼ ଜିଲ୍ଲାରୁ ୮୫ବର୍ଷୀୟ ବ୍ୟକ୍ତି କରୋନାରେ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୭୨କୁ ବୃଦ୍ଧି ପାଇଛି ।

Comments are closed, but trackbacks and pingbacks are open.