Latest Odisha News

BREAKING NEWS

ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡରେ ୪ ମୃତ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୩୩ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୧୬ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

BjdElectrycity

ମୃତକଙ୍କ ମଧ୍ୟରେ ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୯୨୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୬୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୬୨୭୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୬୪୭୦୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.