Latest Odisha News

BREAKING NEWS

ପୁଣି ବଢ଼ିଲା ସଂକ୍ରମଣ: ୮ ଜିଲ୍ଲାରୁ ୪୦ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଗତକାଲି ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି ।

ଆଜି ରାଜ୍ୟର ମାତ୍ର ୮ଟି ଜିଲ୍ଲାରୁ ୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ । ଗତକାଲି ରାଜ୍ୟର ମାତ୍ର ୧୦ ଜିଲ୍ଲାରୁ ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୦ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନଥିଲା।

ଆଜି ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୨୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୨୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୧ ଜଣ, ଗଜପତିରୁ ୨ ଜଣ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଓ ସମ୍ବଲପୁରରୁ ୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୭୦୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୧୨, ୭୮, ୧୬୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୩୬୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Leave A Reply

Your email address will not be published.