Latest Odisha News

BREAKING NEWS

୨୭ ଜିଲ୍ଲାରୁ ୪୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା କାୟା । ସୁସ୍ଥ ହେଲେଣି ୯୮ ପ୍ରତିଶତ ସଂକ୍ରମିତ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୦୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୩୪ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୭୫ଟି ।

୨୭ ଜିଲ୍ଲାରୁ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ସର୍ବାଧିକ ୫୪ ଜଣ ସଂକ୍ରମିତ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ଏହି ସଂଖ୍ୟା ରହିଛି ୪୪ । ଅନୁଗୁଳରୁ ୩୫, କଟକରୁ ୩୪, ବଲାଙ୍ଗିରରୁ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାକି ୨୨ ଜିଲ୍ଲାରୁ ନୂଆ ସଂକ୍ରମିତଙ୍କ ସଂଖ୍ୟା ୩୦ ଭିତରେ ରହିଛି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ଲକ୍ଷ ୨୦ହଜାର ୮୦୩କୁ ବୃଦ୍ଧି ପାଇଛି । ଆରୋଗ୍ୟ ଲାଭ କରିଛନ୍ତି ୩ଲକ୍ଷ ୧୪ହଜାର ୬୬୫ ଆକ୍ରାନ୍ତ । ଆକ୍ଟିଭ୍ କେସ୍ ୪ହଜାର ୩୨୦ ରହିଛି ।

Leave A Reply

Your email address will not be published.