Latest Odisha News

BREAKING NEWS

କରୋନା ମୃତ୍ୟୁରେ ବ୍ରେକ୍ ଲାଗୁନି: ଆଜି ରାଜ୍ୟରୁ ଗଲା ରେକର୍ଡ ୪୨ ଜୀବନ

ଭୁବନେଶ୍ୱର: କରୋନା ନେଉଛି ଜୀବନ । ମୃତ୍ୟୁସଂଖ୍ୟା ପ୍ରତିନିଦି ନୂଆ ରେକର୍ଡ କରୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ କରୋନା ରେକର୍ଡ ୪୨ ଆକ୍ରାନ୍ତଙ୍କ ଜୀବନ ନେଇଛି । ୧୮ ଜିଲ୍ଲାରୁ ସଂକର୍ମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫ ଜଣ ପ୍ରାଣ ହରାଇଛନ୍ତି ।

କଟକ ଓ କଳାହାଣ୍ଡି ଜିଲ୍ଲାରୁ ଆଉ ୪ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ବୌଦ୍ଧ, ଝାରସୁଗୁଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି ।

ସେହିପରି ଅନୁଗୋଳ, ବାଲେଶ୍ୱର, ବଲାଙ୍ଗିର, ଦେବଗଡ଼, ଗଜପତି, କେନ୍ଦ୍ରାପଡ଼ା, ନବରଙ୍ଗପୁର, ରାୟଗଡ଼ା ଜିଲ୍ଲାରେ ଆଉ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଛି ।

ପୁରୀ, ଗଞ୍ଜାମ, ଭଦ୍ରକ ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୧୮ଶହ ୭୩କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.