Latest Odisha News

BREAKING NEWS

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୯୦୩୬ ଛୁଇଁଲା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା । ହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୬ ଜଣ, ବାଲେଶ୍ବରରୁ ୨ ଜଣ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

୪୨୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟଙ୍କ ମଧ୍ୟରୁ ୨୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି । ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୫ ଜଣ, ବାଲେଶ୍ୱରରୁ ୫ ଜଣ, ବରଗଡ଼ରୁ ୫ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୨୭ ଜଣ, ଦେବଗଡ଼ରୁ ୧୬ ଜଣ, ଢେଙ୍କାନାଳରୁ ୩ ଜଣ, ଗଜପତିରୁ ୨୮, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୧୫ ଜଣ,  ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୯୬ ଜଣ  କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୩, ୨୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୬୯, ୨୫୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪,୯୫୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Comments are closed.