Latest Odisha News

BREAKING NEWS

କମୁଛି କରୋନା କାୟା: ଆଜି ଓଡ଼ିଶାରୁ ୪୨୮ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୪୨୮ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୫୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୭୬ । ୧୮ ବର୍ଷ ଭିତରେ ଆଉ ୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ୮ ଜିଲ୍ଲାରୁ କେହି ସଂକ୍ରମିତ ହୋଇ ନାହାନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୯ ଆକ୍ରାନ୍ତ ବାହାରିଛନ୍ତି । କଟକରୁ ୪୬, ଯାଜପୁରରୁ ୨୧, ଜଗତସିଂହପୁରରୁ ଆଉ ୨୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବାକି ୧୮ ଜିଲ୍ଲାରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଭିତରେ ରହିଛି । ବଲାଙ୍ଗିର, ବୌଦ୍ଧ, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ସୁବର୍ଣ୍ଣପୁର ଜିଲ୍ଲାରୁ କେହି ଆକ୍ରାନ୍ତ ହୋଇ ନାହାନ୍ତି ।

୨୪ ଘଣ୍ଟାରେ ରାଜ୍ୟରୁ ୪୮ହଜାର କୋଭିଡ୍ ଟେଷ୍ଟ ହୋଇଛି । ପଜିଟିଭ୍ ହାର ରହିଛି ୦.୮୯ ପ୍ରତିଶତ । ଆଉ ୪ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୮ହଜାର ୧୦୮କୁ ବୃଦ୍ଧି ପାଇଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧୦ଲକ୍ଷ ୧୭ହଜାର ୨୬୧। ଏବେ ରାଜ୍ୟରେ ୬ହଜାର ୨୯୦ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.