Latest Odisha News

BREAKING NEWS

ଓଡ଼ିଶାରୁ ଆଜି କରୋନା ନେଲା ୪୩ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ୪୦ ତଳକୁ କମୁନି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୪୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ୧୭ ଜିଲ୍ଲାରୁ ସଂକ୍ରମିତ । ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୨୨କୁ ବୃଦ୍ଧି ପାଇଛି ।

ଅନୁଗୋଳ, ବରଗଡ଼, କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୪ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି କରୋନା । ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । ରାୟଗଡ଼ା, ପୁରୀ, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ଗଞ୍ଜାମ ଓ ବାଲେଶ୍ୱର ଜିଲ୍ଲାରୁ ଆଉ ୨ ଜଣ ଲେଖାଏ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଢେଙ୍କାନାଳ, କନ୍ଧମାଳ, ନୟାଗଡ଼ ଓ ସମ୍ୱଲପୁର ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ଜଣେ ଲେଖାଏ ଆକ୍ରାନ୍ତ କରୋନାରେ ଆଖି ବୁଜିଛନ୍ତି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୩ହଜାର ୨୧୦କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.