Latest Odisha News

BREAKING NEWS

୨୪ ଘଣ୍ଟାରେ ୪୩୩ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୯୨୬୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୪ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୬ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ , ଖୋର୍ଦ୍ଧା ଜିଲ୍ଲାରୁ ୨୦୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ , ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍‌ରୁ ୧୨ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୯୨୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୬୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୬୨୭୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୬୪୭୦୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.