Latest Odisha News

BREAKING NEWS

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍: ଆଜି ଓଡ଼ିଶାରେ ୪୬ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗି ପାରୁନି । କାଲି କମିବା ପରେ ଆଜି ପୁଣି ଥରେ ବଢ଼ିଛି । ୨୪ ଘଣ୍ଟାରେ ରାଜ୍ୟରୁ କରୋନା ନେଇଛି ଆଉ ୪୬ ଆକ୍ରାନ୍ତଙ୍କ ଜୀବନ । ଗତକାଲି ଏହି ସଂଖ୍ୟା ଥିଲା ୩୮ । ଆଜି ୧୫ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କର ଜୀବନ ନେଇଛି ପ୍ରାଣଘାତୀ କରୋନା । ସେହିପରି ବରଗଡ଼, କଟକ ଓ ପୁରୀ ଜିଲ୍ଲାରୁ ଆଉ ୫ ଜଣ ଲେଖାଏ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଝାରସୁଗୁଡ଼ା ଓ ରାୟଗଡ଼ା ଜିଲ୍ଲାରୁ ୪ ଜଣ ଲେଖାଏ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।

ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । ଗଞ୍ଜାମ, କଳାହାଣ୍ଡି, ମୟୂରଭଞ୍ଜ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣ ଲେଖାଏ ଆଖି ବୁଜିଛନ୍ତି । କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୩ହଜାର ୭୧୭କୁ ବୃଦ୍ଧି ପାଇଛି ।

Comments are closed.