Latest Odisha News

BREAKING NEWS

ରାଜ୍ୟରୁ ୨୪ ଘଣ୍ଟାରେ ୨୪ ଜିଲ୍ଲାରୁ ୪୬୨ କରୋନା ପଜିଟିଭ୍, ନୂଆପଡ଼ାରେ ବଢୁଛି

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଏବେ ପାଖାପାଖି ପାଞ୍ଚ ଶହ ପଜିଟିଭ୍ କେସ୍ ବାହାରୁଛି । ଗତ ୨୪ ଘଣ୍ଟାରେ ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୪୬୨ ନୂଆ ଆକ୍ରାନ୍ତ । ଏମାନଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୨୭୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୮୯ଟି । ଛତିଶଗଡ଼ରେ ମହାମାରୀ ମାଡୁଥିବା ବେଳେ ପଡ଼ୋଶୀ ନୂଆପଡ଼ା ଜିଲ୍ଲାରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା ।

ଗତ ୨୪ ଘଣ୍ଟାରେ ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୮୬ ଜଣ ସଂକ୍ରମିତ ହୋଇଛନ୍ତି । ଖୋର୍ଦ୍ଧାରୁ ୬୯, ସୁନ୍ଦରଗଡ଼ରୁ ୬୨, କଳାହାଣ୍ଡିରୁ ୩୬, ବରଗଡ଼ରୁ ୩୨, ଅନୁଗୋଳରୁ ୨୭ ଓ କଟକ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୨ ପଜିଟିଭ୍ । ବାକି ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଭିତରେ ରହିଛି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ଲକ୍ଷ ୪୧ହଜାର ୭୭୨କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୩ଲକ୍ଷ ୩୭ହଜାର ୨୧୨ ଆକ୍ରାନ୍ତ । ଏବେ ରାଜ୍ୟରେ ୨୫ଶହ ୮୬ଟି କୋଭିଡ୍ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.