Latest Odisha News

BREAKING NEWS

ଓଡିଶାରେ ୯ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୪୬୯ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ ହଜାର ୦୭୦ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୩୧୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୫୨ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏଥିମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୧୬ଟି ପିଜିଟିଭ ମାମଲା ଚିହ୍ନଟ କରାଯାଇଛି ।

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୦ ଜିଲ୍ଲାରୁ ଏହି ୪୬୯ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏହାବ୍ୟତିତ ପାଖାପାଖି ୨୨୯ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୩୦୯୦ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୫୯୩୪ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୩୪ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.