Latest Odisha News

BREAKING NEWS

ରାଜ୍ୟରେ ଆଉ ୫ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୬୧ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୫ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, କେନ୍ଦ୍ରାପଡାରୁ ୧ ଓ ଗଞ୍ଜାମ ଜିଲ୍ଲାର ୨ ଜଣ, ଭୁବନେଶ୍ୱରରୁ ୧ ଓ ପୁରୀରୁ ଜଣେ କରୋନା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ-

ଗଞ୍ଜାମ ଜିଲ୍ଲାର ଜଣେ ୫୫ ଓ ୭୨ ବର୍ଷ ବୟସ୍କ ବ୍ୟକ୍ତି ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ମଧୁମେହ ରୋଗରେ ପୀଡିତ ଥିଲେ।

ପୁରୀ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ବ୍ୟକ୍ତି ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସେ ଉଚ୍ଚ ରକ୍ତଚାପ ଓ ମଧୁମେହ ରୋଗରେ ପୀଡିତ ଥିଲେ।

କଟକ ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ବ୍ୟକ୍ତି ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସେ ଉଚ୍ଚ ରକ୍ତଚାପ, ହାଇପୋଥାଇରୋଡିମ ଓ ମଧୁମେହ ରୋଗରେ ପୀଡିତ ଥିଲେ।

ଭୁବନେଶ୍ୱରର ଜଣେ ୫୫ ବର୍ଷ ବୟସ୍କ ବ୍ୟକ୍ତି ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ରୋଗରେ ପୀଡିତ ଥିଲେ।

ଅଧିକ ପଢନ୍ତୁ: ଓଡିଶାର ୧୯ ଜିଲ୍ଲାରୁ ନୂଆ ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଉଲ୍ଲେଖଯୋଗ୍ୟ, କରୋନା ହଟସ୍ପଟ୍ ବୋଲାଉଥିବା ଗଞ୍ଜାମରେ ୩୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଖୋର୍ଦ୍ଧା ଏବଂ କଟକ ଜିଲ୍ଲାର ୬, ବରଗଡ ୧, ଭଦ୍ରକ ୧, ଗଜପତି ୧, ଯାଜପୁର ୧, କେନ୍ଦ୍ରାପଡା ୧, ଅନୁଗୁଳ ୧ ଓ ପୁରୀରେ ୨, ରାୟଗଡା ୧ ଓ ସୁନ୍ଦରଗଡରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

Leave A Reply

Your email address will not be published.