Latest Odisha News

BREAKING NEWS

ଆଜି ରାଜ୍ୟରୁ ୫୩ କରୋନା ପଜିଟିଭ୍, ସମ୍ୱଲପୁରରୁ ସର୍ବାଧିକ ୧୧ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦୈନିକ କେସ୍ ୬୦ ତଳକୁ ଖସିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୧୭ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୫୩ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୨ଟି ।

ସମ୍ୱଲପୁର ଜିଲ୍ଲାରୁ ସର୍ବାଧିକ ୧୧ଜଣ ପଜିଟିଭ୍ ବାହାରିଛନ୍ତି । ବାକି ସବୁ ଜିଲ୍ଲାରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଅଙ୍କ ତଳେ ରହିଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ଲକ୍ଷ ୩୬ହଜାର ୫୧୩କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୩ଲକ୍ଷ ୩୩ହଜାର ୮୮୮ ସଂକ୍ରମିତ । ଏବେ ରାଜ୍ୟରେ ୬୫୮ଟି କରୋନା ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.