Latest Odisha News

BREAKING NEWS

ଓଡ଼ିଶାରେ କମୁଛି କରୋନା,୨୪ ଘଣ୍ଟାରେ ୫୩୯ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୫୩୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୭ ଜଣ ଆକ୍ରାନ୍ତ ଅଛନ୍ତି । କ୍ୱାରେଣ୍ଟିନରୁ ୩୧୬ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୨୩ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୨୫୪ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୮ ଜଣ ଚିହ୍ନଟ ହୋଇଛନ୍ତି ।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୧୩୩ରେ ପହଞ୍ଚି ଥିବାବେଳେ ଆକ୍ଟିଭ୍‌ କେସ୍‌ ୫୮୨୯ ରହିଛି । ୧୦୦୯୦୮୮ ଜଣ ସୁସ୍ଥ ହୋଇଛନ୍ତି ।  ଏଥି ମଧ୍ୟରୁ ୫୮୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୯୫୮୬୬୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।
Leave A Reply

Your email address will not be published.