Latest Odisha News

BREAKING NEWS

ଆଜି ଓଡ଼ିଶାରୁ ୫୮୦ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ୍ ହାର ୦.୯୫%

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ କମୁଛି କରୋନାର ଦୈନିକ ସଂକ୍ରମଣ । ୨୪ ଘଣ୍ଟରେ ରାଜ୍ୟରେ ୬୦ହଜାର ୭୨୨ କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ଆଉ ୫୮୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ୭୭ ଜଣ ସଂକ୍ରମିତ ଅଛନ୍ତି । ୮ ଜିଲ୍ଲାରୁ କେହି ସଂକ୍ରମିତ ହୋଇ ନାହାନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୧ ସଂକ୍ରମିତ ବାହାରିଥିବା ବେଳେ କଟକରୁ ୮୭, ଯାଜପୁରରୁ ୨୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବାକି ୧୯ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଭିତରେ ରହିଛି । ବଲାଙ୍ଗିର, ବୌଦ୍ଧ, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାରୁ କେହି ସଂକ୍ରମିତ ହୋଇ ନାହାନ୍ତି ।

ରାଜ୍ୟରେ ପଜିଟିଭ୍ ହାର ରହିଛି ୦.୯୫ ପ୍ରତିଶତ । ଆଉ ୪ ଜଣଙ୍କୁ ମିଶାଇ କରୋନା ନେଲାଣି ମୋଟ୍ ୮ହଜାର ୧୧୮ ଆକ୍ରାନ୍ତଙ୍କ ଜୀବନ । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧୦ଲକ୍ଷ ୧୮ହଜାର ୨୯୮କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୧୦ଲକ୍ଷ ୪ହଜାର ୧୬୪ । ଏବେ ୫ହଜାର ୯୬୩ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.