Latest Odisha News

BREAKING NEWS

ରାଜ୍ୟରୁ କରୋନା ନେଲା ରେକର୍ଡ ୫୯ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ଆଉ ୫୯ ଆକ୍ରାନ୍ତଙ୍କ ଜୀବନ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ମୋଟ୍ ୧୭ ଜିଲ୍ଲାରୁ ୫୯ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ ଜଣଙ୍କର ଜୀବନ ନେଇଛି କରୋନା । ଏମାନଙ୍କ ଭିତରେ ଭୁବନେଶ୍ୱରରୁ ଅଛନ୍ତି ୬ ଜଣ ।

ସେହିପରି ବରଗଡ଼, ଢେଙ୍କାନାଳ, ପୁରୀ ଜିଲ୍ଲାରୁ କରୋନାରେ ଆଉ ୫ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । ଗଞ୍ଜାମ, ନୟାଗଡ଼, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ କରୋନା ନେଇଛି ୪ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ।

କଳାହାଣ୍ଡି, କେନ୍ଦ୍ରାପଡ଼ା, ନବରଙ୍ଗପୁର ଜିଲ୍ଲାରେ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକ, ଯାଜପୁର, ମୟୂରଭଞ୍ଜରେ ଆଉ ୨ ଜଣ ଲେଖାଏ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ବରଗଡ଼, ଜଗତସିଂହପୁର, କୋରାପୁଟ ଜିଲ୍ଲାରେ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୪ହଜାର ୩୫୮କୁ ବୃଦ୍ଧି ପାଇଛି । ତେବେ ନିର୍ଦ୍ଦିଷ୍ଟ ଦିନରେ ସ୍ୱାସ୍ଥ୍ୟ ବିଭାଗ ଦେଉଥିବା ମୃତ୍ୟୁ ତାଲିକା ସେହି ଦିନର ନୁହେଁ ବୋଲି ସ୍ପଷ୍ଟ କରିଛି ।

Leave A Reply

Your email address will not be published.