Latest Odisha News

ଆଜି ୨୩ ଜିଲ୍ଲାରୁ ୬୨୮ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ୬୦୦କୁ ଖସିଛି କରୋନାର ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୬୨୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩୬୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୬୧ଟି । ନୂଆ ଆକ୍ରାନ୍ତଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୯୬ ଜଣ । ଆଜି ୨୩ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହାକି ରାଜ୍ୟର ଦୈନିକ ସଂକ୍ରମିତ ସଂଖ୍ୟାର ୪୬ ପ୍ରତିଶତ । ସେହିପରି କଟକରୁ ୭୨, ଜଗତସିଂହପୁରରୁ ୨୬, ସୁନ୍ଦରଗଡ଼ରୁ ୨୩, ମୟରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରୁ ୨୨ ଜଣେ ଲେଖାଏ ସଂକ୍ରମିତ ହୋଇଛନ୍ତି । ବାକି ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଭିତରେ ରହିଛି ।

ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରୁ କେହି ସଂକ୍ରମିତ ହୋଇ ନାହାନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧୦ଲକ୍ଷ ୧୮ହଜାର ୯୨୬କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୧୦ଲକ୍ଷ ୪ହଜାର ୮୪୫ । ଏବେ ରାଜ୍ୟରେ ୫ହଜାର ୯୦୬ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.