Latest Odisha News

BREAKING NEWS

ଆଜି ରାଜ୍ୟରୁ ୬୩୮ କରୋନା ପଜିଟିଭ୍, ଆଉ ୧୧୦ ଛୁଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଏବେ ପ୍ଲାଟ୍ୟୁ ସ୍ଥିତିରେ ଅଛି କରୋନାର ଦୈନିକ ସଂକ୍ରମଣ । ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬ଶହରୁ ୮ଶହ ଭିତରେ ରହୁଛି । କିନ୍ତୁ ପିଲାଙ୍କୁ ସଂକ୍ରମଣ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୩୮ କରୋନା ସଂକ୍ରମିତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୧୧୦ ଜଣ । ପ୍ରତିଦିନ ପାଖାପାଖି ଶହେ ଶିଶୁ ଓ କିଶୋର କରୋନା ପଜିଟିଭ୍ ବାହାରୁଛନ୍ତି ।


ଆଜି ୨୬ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୦ ପଜିଟିଭ୍ ବାହାରିଛନ୍ତି । ବାକି ୨୫ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଭିତରେ ରହିଛି । ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର ଓ ସୁବର୍ଣ୍ଣପୁର ଜିଲ୍ଲାରୁ କେହି ନୂଆ ସଂକ୍ରମିତ ହୋଇ ନାହାନ୍ତି ।

୨୪ ଘଣ୍ଟାରେ ରାଜ୍ୟରେ ୫୭ହଜାର ୨୮୦ କୋଭିଡ୍ ଟେଷ୍ଟ ହୋଇଛି । ପଜିଟିଭ୍ ହାର ରହିଛି ୧.୧୧ ପ୍ରତିଶତ। ଆଉ ୬୮ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୭ହଜାର ୯୬୯କୁ ବୃଦ୍ଧି ପାଇଛି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧୦ ଲକ୍ଷ ୭ହଜାର ୭୫୦କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୯ଲକ୍ଷ ୯୨ହଜାର ୪୭୩ ଆକ୍ରାନ୍ତ । ଏବେ ରାଜ୍ୟରେ ୭ହଜାର ୨୫୫ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.