Latest Odisha News

BREAKING NEWS

ଓଡ଼ିଶାରୁ କରୋନା ନେଲା ଆଉ ୬୫ ଜୀବନ

ଭୁବନେଶ୍ୱର: ସଂକ୍ରମଣ ନିୟନ୍ତ୍ରଣରେ ରହିଥିଲେ ବି ରାଜ୍ୟରେ ବଢିଛି ମୃତ୍ୟୁସଂଖ୍ୟା । ଆଉ ୬୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ୧୬ ଜିଲ୍ଲାରୁ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ ମୃତ୍ୟୁବରଣ କରିଛନ୍ତି । ବରଗଡ଼ ଜିଲ୍ଲାରୁ ୧୦ ଜଣ କରୋନା ସଂକ୍ରମିତଙ୍କର ଜୀବନ ଯାଇଛି ।

ସୁନ୍ଦରଗଡ଼ ଜିଲ୍ଲାରୁ ୭, ପୁରୀରୁ ୬ ଓ ନବରଙ୍ଗପୁର ଜିଲ୍ଲାରୁ ଆଉ ୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ଗଜପତି ଜିଲ୍ଲାରୁ କରୋନା ନେଇଛି ୩ ଜଣଙ୍କର ଜୀବନ । ବାଲେଶ୍ୱର, ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନୁଗୋଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏ କରୋନାରେ ପ୍ରାଣ ହରାଇଛନ୍ତି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୪ହଜାର ୭୯୫କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.