Latest Odisha News

BREAKING NEWS

ଆଜି ରାଜ୍ୟରୁ ୬୫୨ କରୋନା ପଜିଟିଭ୍

ଭୁବନେଶ୍ୱର: ଗତକାଲି ଅପେକ୍ଷା ଆଜି ରାଜ୍ୟରେ ବଢିଛି କରୋନା ସଂକ୍ରମଣ । ପାଖାପାଖି ଶହେ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ରାଜ୍ୟରୁ ୬୫୨ ପଜିଟିଭ୍ ବାହାରିଛନ୍ତି । ଗତକାଲି ଏହି ସଂଖ୍ୟା ଥିଲା ୫୨୬ । ଆଜି ୨୪ ଜିଲ୍ଲାରୁ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୯୨ ସଂକ୍ରମିତ ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୭୦, ମୟୂରଭଞ୍ଜରୁ ୨୯, କେନ୍ଦ୍ରାପଡ଼ାରୁ ୨୬, ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୫ ଜଣ ଲେଖାଏ ନୂଆ ସଂକ୍ରମିତ ବାହାରିଛନ୍ତି । ବାକି ସବୁ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଭିତରେ ରହିଛି । ୨୪ ଘଣ୍ଟାରେ ରାଜ୍ୟରେ ୬୬ହଜାର ୬୪୩ କୋଭିଡ୍ ଟେଷ୍ଟ ହୋଇଛି । ପଜିଟିଭ୍ ହାର ରହିଛି ୦.୯୭ ପ୍ରତିଶତ ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧୦ଲକ୍ଷ ୩୧ହଜାର ୬୯୬କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୧୦ଲକ୍ଷ ୧୮ହଜାର ୩୧୧ ଆକ୍ରାନ୍ତ । ଏବେ ରାଜ୍ୟରେ ୫ହଜାର ୮୩ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.