Latest Odisha News

BREAKING NEWS

ରାଜ୍ୟରୁ ଆଉ ୬୬ ଜୀବନ ନେଲା କରୋନା, ୫ ହଜାର ଡେଇଁଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଉ ୬୬ ଜଣଙ୍କର ମୃତ୍ୟୁ ହୋଇଛି । ୧୬ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ । ସେହିପରି ଗଞ୍ଜାମ ଜିଲ୍ଲାରୁ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି ।

ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ୬ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ବୌଦ୍ଧରୁ ଆଉ ୫ ଜଣ ପ୍ରାଣ ହରାଇଛନ୍ତି । ବରଗଡ଼ ଓ ନୟାଗଡ଼ ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି ।

ଗଜପତି, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, ଯାଜପୁର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିକଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୫ହଜାର ୫୮କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.