Latest Odisha News

BREAKING NEWS

ଆଜି ରାଜ୍ୟରେ ୭୦ କରୋନା ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ବଢ଼ିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪୧ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୨୯ଟି । ମୋଟ୍ ୧୪ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୧୨ ଓ ଅନୁଗୋଳରୁ ବାହାରିଛନ୍ତି ଆଉ ୧୧ ଆକ୍ରାନ୍ତ। ବାକି ୧୧ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଅଙ୍କ ତଳେ ରହିଛି ।

୧୬ ଜିଲ୍ଲାରେ କେହି ନୂଆ ସଂକ୍ରମିତ ହୋଇ ନାହାନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ଲକ୍ଷ ୩୭ହଜାର ୪୭୭କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୩ଲକ୍ଷ ୩୪ହଜାର ୯୯୦ ଆକ୍ରାନ୍ତ । ଏବେ ରାଜ୍ୟରେ ୭୮୪ଟି କରୋନା ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.