Latest Odisha News

BREAKING NEWS

ରେକର୍ଡ ଭାଙ୍ଗୁଛି କରୋନା; ଗୋଟିଏ ଦିନରେ ଓଡିଶାରେ ୭୧୮ ଆକ୍ରାନ୍ତ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ୭୧୮ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଗତ କିଛି ଦିନର ବ୍ୟବଧାନ ପରେ ଗୋଟିଏ ଦିନରେ ପଜିଟିଭ ସଂଖ୍ୟା ପୁଣି ସାତ ଶହ ପାର କରିଛି।

ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହଜାର ୧୧୦ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୪୭୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୨୩୯ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ତନ୍ମଧ୍ୟରୁ ଗଞ୍ଜାମରେ ସର୍ବାଧିକ ୨୩୧ କରୋନା ପଜିଟିଭ ବାହାରିଛନ୍ତି।

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଜିଲ୍ଲାରୁ ୭୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପାଖାପାଖି ୪୦୧ ଜଣ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୫୧୨୪ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୦,୮୭୭ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୭୯ ଜଣ ମୃତ୍ୟୁବରଣ କରିଛନ୍ତି।

Leave A Reply

Your email address will not be published.