Latest Odisha News

ଓଡ଼ିଶାରେ ତଳମୁହାଁ କରୋନା ସଂକ୍ରମଣ: ଆଜି ଓଡ଼ିଶାରୁ ୭୨୦ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନାର ଦୈନିକ ସଂକ୍ରମଣ । ଏବେ ନିମ୍ନଗାମୀ ଟ୍ରେଣ୍ଡ ଦେଖିବାକୁ ମିଳୁଛି । ଲଗାତାର ଦ୍ୱିତୀୟ ଦିନରେ ହଜାରେ ତଳେ ରହିଛି ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୨୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ୯୬ ଜଣ ପଜିଟିଭ୍ ବାହାରିଛନ୍ତି । ରାଜ୍ୟରେ କ୍ୱାରେଣ୍ଟାଇନରୁ ୪୨୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୯୯ଟି ।

ଆଜି ୨୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲରୁ କେହି ସଂକ୍ରମିତ ହୋଇ ନାହାନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୯ ପଜିଟିଭ୍ ବାହାରିଛନ୍ତି । ବାକି ସବୁ ଜିଲ୍ଲାରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଭିତରେ ରହିଛି । ଏଥିରୁ ୧୪ ଜିଲ୍ଲାରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୧୦ରୁ କମ୍ ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୯ଲକ୍ଷ ୯୬ହଜାର ୧୫୩କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୯ଲକ୍ଷ ୭୯ହଜାର ୪୦୭ ଆକ୍ରାନ୍ତ । ଏବେ ରାଜ୍ୟରେ ୯ହଜାର ୬୭୨ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.