Latest Odisha News

BREAKING NEWS

ରାଜ୍ୟରେ ଆଉ ୮ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନ ଆଉ ୮ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୩୮୦ରେ ପହଞ୍ଚିଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୧, କଟକରୁ ୧, ଢେଙ୍କାନାଳରୁ ୧, ପୁରୀରୁ ୧, ଗଞ୍ଜାମ ଜିଲ୍ଲାରୁ ୪ ଜଣ କରୋନା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।

ମୃତକଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ଜାଣନ୍ତୁ…

ଭୁବନେଶ୍ୱରରୁ ଜଣେ ୫୯ ବର୍ଷ ବୟସ୍କ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବେଳେ ସେ ମଧୁମେହ, କିଡନୀ ଓ ଉଚ୍ଚ ରକ୍ତଚାପରେ ପିଡିତ ଥିଲେ ।

କଟକରୁ ଜଣେ ୮୨ ବର୍ଷ ବୟସ୍କ ବୃଦ୍ଧଙ୍କ ମୃତ୍ୟୁ ହୋଇଛି ।

ଢେଙ୍କାନାଳରୁ ଜଣେ ୫୮ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଛି ।

ପୁରୀରୁ ଜଣେ ୭୬ ବର୍ଷ ବୟସ୍କ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପିଡିତ ଥିଲେ ।

ଗଞ୍ଜାମରୁ ଜଣେ ୪୮, ୮୨ ଏବଂ ୬୨ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନେ ବିଭିନ୍ନ ରୋଗରେ ପିଡିତ ଥିଲେ । ଅନ୍ୟ ଜଣେ ୫୭ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ଘଟିଛି ।

Leave A Reply

Your email address will not be published.