Latest Odisha News

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୧୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଲଗାତର ଭାବେ କିଛି ଦିନ ହେଲା ଏକ ହଜାର ଉପରେ ରହୁଥିଲା କରୋନା । କିନ୍ତୁ ଏହା ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୯୯୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୭୮ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୨୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୫୭ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪୧ଜଣ, ଷ୍ଟେଟ ପୁଲ୍‌ରୁ ୪୬ଜଣ ରହିଛନ୍ତି ।

 

 

 

 

 

 

 

Leave A Reply

Your email address will not be published.