Latest Odisha News

BREAKING NEWS

ଆଜି ଓଡ଼ିଶାରୁ ୮୪୯ କରୋନା ପଜିଟିଭ୍, ଆଉ ୧୧୯ ଛୁଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ହଜାରେ ଭିତରେ ଏବେ ରହିଛି ଦୈନିକ କରୋନା ସଂକ୍ରମଣ । କିନ୍ତୁ ୧୮ ବର୍ଷ ଭିତରେ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୪୮ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୧୯ ସଂକ୍ରମିତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ ପଜିଟିଭ୍ ବାହାରିଛନ୍ତି ।

ଆଜି ୨୭ ଜିଲ୍ଲାରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି, ନବରଙ୍ଗପୁର ଓ ସୁବର୍ଣ୍ଣପୁର ଜିଲ୍ଲାରୁ କେହି ନୂଆ ଆକ୍ରାନ୍ତ ବାହାରି ନାହାନ୍ତି । ଖୋର୍ଦ୍ଧା ବ୍ୟତୀତ ଅନ୍ୟ ସବୁ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଶହେ ଭିତରେ ରହିଛି । ୨୪ ଘଣ୍ଟାରେ ରାଜ୍ୟରେ ୬୮ହଜାର ୬୬୭ କୋଭିଡ୍ ଟେଷ୍ଟ ହୋଇଛି । ପଜିଟିଭ୍ ହାର ରହିଛି ୧.୨୩ ପ୍ରତିଶତ ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧୦ଲକ୍ଷ ୬ହଜାର ୫୦୧କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୯ଲକ୍ଷ ୯୦ହଜାର ୭୯୬ ଆକ୍ରାନ୍ତ । ଏବେ ରାଜ୍ୟରେ ୭ହଜାର ୮୨୦ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.