Latest Odisha News

BREAKING NEWS

ଆଜି ରାଜ୍ୟରୁ ୮୭ କରୋନା ପଜିଟିଭ୍, ସୁନ୍ଦରଗଡ଼ରୁ ୨୬ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦୈନିକ ଶହେରୁ କମ୍ ସଂକ୍ରମିତ ବାହାରୁଛନ୍ତି । ଗତ ୨୪ଘଣ୍ଟାରେ ୧୮ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଆଉ ୮୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୧ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୩୬ଟି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୬ ନୂଆ ପଜିଟିଭ୍ ବାହାରିଛନ୍ତି । ବାକି ୧୭ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରୁ କମ୍ ।

ଅନୁଗୋଳ, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ନୟାଗଡ଼, ସୁବର୍ଣ୍ଣପୁରଜିଲ୍ଲାରୁ କେହି ନୂଆ ଆକ୍ରାନ୍ତ ବାହାରି ନାହାନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ଲକ୍ଷ ୩୫ହଜାର ୩୬୯କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୩ଲକ୍ଷ ୩୨ହଜାର ୪୯୯ ସଂକ୍ରମିତ । ଏବେ ରାଜ୍ୟରେ ୯୧୦ଟି କରୋନା ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.