Latest Odisha News

BREAKING NEWS

ରାଜ୍ୟରେ ପୁଣି ୧୦ ହଜାର ମୁହାଁ କରୋନା ସଂକ୍ରମଣ, ଆଜି ୯୫୪୧ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ପୁଣି ୧୦ ହଜାର ମୁହାଁ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୯ହଜାର ୫୪୧ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୫ହଜାର ୩୪୩ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪ହଜାର ୧୯୮ । ବିଭିନ୍ନ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି । ଖୋର୍ଦ୍ଧାରୁ ସର୍ବାଧିକ ୧୨୩ଶହ ୪୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କଟକରୁ ୭୧୬, ମୟୂରଭଞ୍ଜରୁ ୬୯୫, ସୁନ୍ଦରଗଡ଼ରୁ ୫୯୫ ନୂଆ ଆକ୍ରାନ୍ତ ବାହାରିଛନ୍ତି ।

ଅନୁଗୋଳରୁ ୫୬୨, ପୁରୀରୁ ୫୨୮, ଯାଜପୁରରୁ ୪୮୯, ଭଦ୍ରକରୁ ୪୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାକି ସବୁ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୪ ଶହ ଭିତରେ ରହିଛି । କେବଳ ଦେବଗଡ଼, ଗଜପତି ଓ ନୂଆପଡ଼ା ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଭିତରେ ରହିଛି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୭ଲକ୍ଷ ୫୬ହଜାର ୬୮୪କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୬ଲକ୍ଷ ୫୮ହଜାର ୬୪୬ ଆକ୍ରାନ୍ତ । ଏବେ ରାଜ୍ୟରେ ୯୫ ହଜାର ୨୬୬ଟି ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.