Latest Odisha News

BREAKING NEWS

୧୮ ଜିଲ୍ଲାରୁ ୫୮ କରୋନା ସଂକ୍ରମିତ ଚିହ୍ନଟ, ୧୨ ଜିଲ୍ଲାରେ ନାହିଁ ନୂଆ ମାମଲା

ଭୁବନେଶ୍ୱର: ରାଜ୍ୟରେ ଟିକାକରଣ ଜାରି ରହିଥିବା ବେଳେ କରୋନା ସଂକ୍ରମଣ ହ୍ରାସ୍ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରୁ ୫୮ଟି ନୂଆ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ୩୪ଟି ମାମଲା କ୍ୱାରେଣ୍ଟାଇନରୁ ଆସିଥିବା ବେଳେ ୨୪ଟି ସ୍ଥାନୀୟ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୨ ଜିଲ୍ଲାରେ ଜଣେ ବି ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟାରେ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮ ଜଣ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨ ଜଣ, ବରଗଡ଼ରୁ ୩ ଜଣ, ବଲାଙ୍ଗିରରୁ ୫ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୪ ଜଣ, ଦେବଗଡ଼ରୁ ୨ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୨ ଜଣ, ଖୋର୍ଦ୍ଧାରୁ ୨ ଜଣ, ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୨ ଜଣ ଓ ସୋନପୁରରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

୮୫ ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟର କରୋନାର ମୋଟ ମାମଲା ୩ ଲକ୍ଷ ୩୬ ହଜାର ୬୩୬କୁ ବୃଦ୍ଧି ପାଇଛି । ୩ ଲକ୍ଷ ୩୪ ହଜାର ୫୩ ଜଣ କରୋନାକୁ ମାତ୍ ଆରୋଗ୍ୟ ହୋଇଥିବା ବେଳେ ୬୧୬ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି । ରାଜ୍ୟରେ ସଂକ୍ରମଣ ହ୍ରାସ୍ ପାଇଥିବା ବେଳେ ପୂର୍ବଭଳି କୋଭିଡ୍ କଟକଣା ଯେମିତି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି ।

Leave A Reply

Your email address will not be published.