Latest Odisha News

ରେକର୍ଡ ଭାଙ୍ଗିଲା କରୋନା; ଗୋଟିଏ ଦିନରେ ଓଡିଶାରେ ସର୍ବାଧିକ ୭୫୫ ପଜିଟିଭ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧିକ ୭୫୫ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ୯୫୬ରେ ପହଞ୍ଚିଛି।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୫୦୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୨୪୭ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।

ଏହାଛଡା ୨୨ ଜିଲ୍ଲାରୁ ମୋଟ୍ ୭୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ପାଖାପାଖି ୪୦୧ ଜଣ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୪୪୭୬ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୭୪୦୭ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏଥିସହିତ ୫୨ ଜଣ ମୃତ୍ୟୁବରଣ କରିଛନ୍ତି।

Comments are closed.