Latest Odisha News

BREAKING NEWS

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି ।  କିଛି ଦିନ କରୋନା ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୬୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୦୧ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଜୀବନ ନେଇଛି ଘାତକ କରୋନା। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୭୫୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୪୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୪୪୨୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୩୮୧୮୪୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.