Latest Odisha News

BREAKING NEWS

ଓଡିଶାର ୨୮ ଜିଲ୍ଲାରୁ ନୂଆ ୧୩୮୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୩୮୪ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୬୮୧ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୮୮୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୫୯୫ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏଥିସହିତ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୮ ଜିଲ୍ଲାରୁ ଏହି ୧୩୮୪ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି ।

ଅପରପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ପାଖାପାଖି ୧୧୧୯ ଜଣ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୪ ହଜାର ୩୫୦ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୩ ହଜାର ୦୭୩ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୨୧୬ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.