Latest Odisha News

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ହେଉଛି । ଯାହା ଏବେ ଚିନ୍ତାର କାରଣ ପାଲଟିଛି । ଗତ ୨୪ଘଣ୍ଟା ଭିତରେ ୭୦୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ଜଣେ କରୋନା ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି ।

ମୃତକ ଜଣକ ବଲାଙ୍ଗିର ଜିଲ୍ଲାର ୫୫ବର୍ଷୀୟ ମହିଳା ବୋଲି ଜଣାପଡ଼ିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.