Latest Odisha News

BREAKING NEWS

ରାଜ୍ୟରୁ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର: ଦୈନିକ ସଂକ୍ରମଣ ସହ ରାଜ୍ୟରେ ଏବେ ମୃତ୍ୟୁସଂଖ୍ୟା ବି ବଢୁଛି । ଗତ ୨୪ ଘଣ୍ଟାରେ ଆଉ ୨ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ।

ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୯ଶହ ୪୪କୁ ବୃଦ୍ଧି ପାଇଛି । ବରଗଡ଼ ଜିଲ୍ଲାରେ କରୋନା ନେଇଛି ୪୩ ଜୀବନ । ସୁନ୍ଦରଗଡ଼ ଜିଲ୍ଲାରେ ଏହି ସଂଖ୍ୟା ୧୭୫କୁ ବୃଦ୍ଧି ପାଇଛି । ଏହି ଦୁଇଟିଯାକ ଜିଲ୍ଲାରେ ଏବେ ଦୈନିକ ସଂକ୍ରମଣ ବି ହୁ ହୁ ହୋଇ ବଢୁଛି ।

Leave A Reply

Your email address will not be published.