Latest Odisha News

BREAKING NEWS

ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ନୂଆଖାଇ ଭେଟ୍‌ଘାଟ୍‌

ପଶ୍ଚିମ ଓଡ଼ିଶାର କଳାକାରମାନଙ୍କ ଦ୍ୱାରା ପରିବେଷିତ ଲୋକନୃତ୍ୟରେ ଦର୍ଶକ ଅଭିଭୂତ 

ଭୁବନେଶ୍ୱର : ନୂଆଖାଇ ପର୍ବ ପାଳନର ସ୍ୱତନ୍ତ୍ରତା ତଥା ପ୍ରାଚୀନ ପରମ୍ପରାକୁ ଉଜ୍ଜୀବିତ କରିବା ପରିପ୍ରେକ୍ଷୀରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଆନୁକୂଲ୍ୟରେ ସ୍ଥାନୀୟ ରବିନ୍ଦ୍ରମଣ୍ଡପଠାରେ ନୂଆଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶାର କଳାକାରମାନଙ୍କ ଦ୍ୱାରା ଡାଲ୍‌ଖାଇ, ଦୁଲ୍‌ଦୁଲି, ଘୁମର୍‌, ଦଣ୍ଡନାଚ, ବଜାଶାଲ୍‌, ମାନ୍ଦଲିଆ ଓ କରମା ନୃତ୍ୟ ପରିବେଷିତ ହୋଇ ଦର୍ଶକମାନଙ୍କୁ ଅଭିଭୂତ କରିଥିଲା ।
BjdElectrycity

 

ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ସାଧାରଣ ଉଦ୍ୟୋଗ, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଓଡ଼ିଶା ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ହସ୍ତତନ୍ତ,ବୟନ ଓ ହସ୍ତଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଦିଲୀପ ରାଉତରାଏ, ଓଡ଼ିଶା ସଂଗୀତ ନାଟକ ଏକାଡେମୀ ସଭାପତି ଅରୁଣା ମହାନ୍ତି, ଉପସଭାପତି ମନ୍ମଥ କୁମାର ଶତପଥୀ, ସଚିବ ପ୍ରବୋଧ ରଥ ପ୍ରମୁଖ ଅତିଥି ଭାବରେ ଯୋଗ ଦେଇଥିଲେ ।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ପଶ୍ଚିମ ଓଡ଼ିଶାର ମୁଖ୍ୟ କୃଷିଭିତ୍ତିକ ପର୍ବ ନୂଆଖାଇ ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ଏକ ଅନନ୍ୟ ବିଶେଷତ୍ୱ । ଏହି ପର୍ବ ସହ ପଶ୍ଚିମ ଓଡ଼ିଶାର ଲୋକନୃତ୍ୟ, ଲୋକକଳା, ଲୋକବାଦ୍ୟ ଓ ଲୋକସଂସ୍କୃତିର ପ୍ରଚାରପ୍ରସାର ସହ ଏହାକୁ ଓଡ଼ିଶାର ପୁରପଲ୍ଲୀରେ ପହଞ୍ଚାଇବା ଉଦ୍ଦେଶ୍ୟରେ ବିଭାଗ ପକ୍ଷରୁ ପ୍ରତିବର୍ଷ ଏପରି ଆୟୋଜନ କରାଯାଉଛି ।

 

Leave A Reply

Your email address will not be published.