Latest Odisha News

BREAKING NEWS

କାଲିଠୁ ସ୍କୁଲ୍‌ ଯିବେ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ୱର: ସୋମବାରଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ କ୍ଲାସ ଖୋଲିବ । ଆରମ୍ଭ ହେବ ଅଫ୍‌ଲାଇନ୍‌ ପାଠପଢ଼ା । । ଆସନ୍ତା ସପ୍ତାହରେ ପାଠ ପଢ଼ାହେବ ନାହିଁ କେବଳ ଆକ୍ଟିଭିଟି କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

ପିଲାମାନେ ଗତ ଦୁଇ ବର୍ଷ ହେବ ସ୍କୁଲରେ ପାଠ ପଢି ନାହାନ୍ତି ଏଥିପାଇଁ ସ୍ୱତନ୍ତ୍ର ପୁସ୍ତିକା ପ୍ରକାଶ କରାଯାଇ ପିଲାଙ୍କ କୋର୍ସରେ ସାମିଲ କରାଯିବ ଫଳରେ ପିଲାମାନେ ପାଠପଢ଼ାରେ ପଛେଇବେ ନାହିଁ ବୋଲି ଆଶା ରଖାଯାଇଛି ।

କରୋନା କଟକଣା ମଧ୍ୟରେ ଆସନ୍ତାକାଲି ପ୍ରଥମରୁ ସପ୍ତମ ଶ୍ରେଣୀ ସ୍କୁଲ ଖୋଲିବାକୁ ନେଇ ଗତକାଲି ଅଭିଭାବକ ସମ୍ମିଳନୀ ହୋଇଥିଲା । ଏଥିରେ ସ୍କୁଲ ପରିଚାଳନା କମିଟି ସଦସ୍ୟଙ୍କୁ ସ୍କୁଲ ପରିଚାଳନା ନେଇ ପ୍ରଶିକ୍ଷଣ ଦିଆଯାଇଛି । ପ୍ରାୟ ଦୁଇ ବର୍ଷର ବ୍ୟବଧାନ ପରେ ସ୍କୁଲ ଖୋଲିଥିବାରୁ ଛାତ୍ରଛାତ୍ରୀମାନେ ମୌଳିକ ଜ୍ଞାନ ହରାଇଛନ୍ତି ବୋଲି ବିଭିନ୍ନ ସର୍ଭେ ତଥ୍ୟ ଦର୍ଶାଇଛି ।

ତେଣୁ ସ୍କୁଲ ଖୋଲିବା ପ୍ରଥମ ସପ୍ତାହରେ ହିଁ ପିଲାଙ୍କର ପାଠପଢା ହେବ ନାହିଁ । ପ୍ରଥମ ୬ ଦିନ ପିଲାଙ୍କର ସାମାଜିକ ଭାବାବେଗ ଶିକ୍ଷା      (ସୋସିଓ ଇମୋସନାଲ୍ ଲଣ୍ଣିଂ) ଉପରେ ଗୁରୁତ୍ୱ ଦିଆଯିବ । ଏହି ୬ ଦିନ ପିଲାଙ୍କୁ ଖେଳକୁଦ, ନାଚ, ଗୀତ, ବିଭିନ୍ନ ପ୍ରତିଯୋଗିତା ଆଦି ଆକ୍ଟିଭିଟି ମାଧ୍ୟମରେ ସ୍କୁଲ ସହିତ ବାନ୍ଧି ରଖିବେ ।

Comments are closed, but trackbacks and pingbacks are open.